Please wait...

Trending Now
  • GST ଆଇନ ଅଧୀନରେ ଗିରଫଦାରୀ ସମ୍ପର୍କରେ ତଥ୍ୟ ଦାଖଲ ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ମେ ୯ରେ ପରବର୍ତ୍ତୀ ଶୁଣାଣି
  • ସମସ୍ତ ରାଜ୍ୟରେ ଯାଞ୍ଚ କରାଯିବ MDH ଓ ଏଭରେଷ୍ଟ ମସଲା
  • ଓଡ଼ିଶା ଆସିବେ କେନ୍ଦ୍ର ମନ୍ତ୍ରୀ ଏସ୍ ଜୟଶଙ୍କର ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
  • ବିରୋଧୀ ଦଳକୁ ଶାସକ ଦଳର ବିରୋଧୀ ନୁହନ୍ତି ବରଂ ବିକାଶ ବିରୋଧୀ : କାର୍ତ୍ତିକ ପାଣ୍ଡିଆନ
  • ରୀତିନୀତି ବିନା ହିନ୍ଦୁ ବିବାହ ଅବୈଧ, ପଞ୍ଜୀକରଣ ଯଥେଷ୍ଟ ନୁହେଁ : ସୁପ୍ରିମକୋର୍ଟ
Sunday, May 5, 2024
Published on: Wednesday, April 24, 2024
Odisha

ନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇଲେ ବିଜେଡି ସୁପ୍ରିମୋ ! ଯୋଡ଼ିଶଙ୍ଖକୁ ଆର୍ଶିବାଦ କରିବାକୁ ନବୀନଙ୍କ ଅନୁରୋଧ


ଓଏନଏଲ୍(ବ୍ୟୁୁରୋ) - ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି(ବୁଧବାର)ଠାରୁ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି । ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କରି ହିଞ୍ଜିଳିର ସମରଝୋଳ ଓ ଶେରଗଡରେ ଦୁଇଟି ଜନସଭାକୁ ସମ୍ବୋଧନ କରିଛନ୍ତି ନବୀନ। ଏଥିସହ ଯୋଡି ଶଙ୍ଖରେ ଆଶୀର୍ବାଦ କରନ୍ତୁ ବୋଲି ଲୋକଙ୍କୁ ଅନୁରୋଧ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ନିଜ ଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଆପଣ ମାନେ ଏତେ ଖରାରେ ଆସିଛନ୍ତି ସେଥିପାଇଁ ଧନ୍ୟବାଦ ଦେଉଛି । ଆପଣ ମାନେ ସବୁ ବେଳେ ମୋ ସହ ଅଛନ୍ତି, ଓଡ଼ିଶା ମା’ର ସେବା କରିବାର ସୁଯୋଗ ଆପଣ ମାନେ ମୋତେ ଦେଇଛନ୍ତି । ସେଥିପାଇଁ ମୁଁ ଆପଣଙ୍କୁ ଧନ୍ୟବାଦ ଜଣାଉଛି । ମୁଁ ସବୁବେଳେ କହି ଆସୁଛି ଓଡ଼ିଶାର ସାଢେ ୪ କୋଟି ଲୋକ ମୋ ପରିବାର । ମୁଁ ସବୁବେଳେ ଓଡ଼ିଶାର ବିକାଶ ପାଇଁ କାମ କରୁଛି ଓ ଶେଷପର୍ଯ୍ୟନ୍ତ କରିବି । ହିଞ୍ଜିଳି ଓ ଶେରଗଡ଼ ଆଜି ଦେଶରେ ବିକାଶର ମଡେଲ ସାଜିଛି । ୫ ଟି ରୂପାନ୍ତରଣ କାର୍ଯ୍ୟକ୍ରମ କ୍ରମରେ ସ୍କୁଲ ଓ ମନ୍ଦିରର ରୂପାନ୍ତରଣ କାର୍ଯ୍ୟ ହିଞ୍ଜିଳିରୁ ଆରମ୍ଭ ହୋଇଥିଲା । ଆପଣଙ୍କ ସହଯୋଗରେ ଓଡ଼ିଶାର ବିକାଶ ପାଇଁ କାର୍ଯ୍ୟ କରିଛି । ଆପଣଙ୍କ ସହଯୋଗ ପାଇଁ ମୁଁ ଚିରଉପକୃତ । ହିଞ୍ଜିଳିରୁ ସେବା କରିବା ପାଇଁ ସୁଯୋଗ ପାଇଥିବାରୁ ମୁଁ ଗର୍ବିତ।

୨୦୩୬ରେ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ଭାବେ ଶହେ ବର୍ଷ ପୂରଣ କରିବ, ଆଉ ସେହି ସମୟ ବେଳକୁ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ଭାବେ ଉଭା ହୋଇଥିବ। ବିକାଶ ହେଉଛି ଆମର ପରିଚୟ, ଆଗକୁ ବିକାଶ କାମ ଜାରି ରହିବା ସହ ଓଡ଼ିଶା ଉନ୍ନତି କରିଚାଲିବ। ଏଣୁ ମୋର ବିଶ୍ୱାସ ଆପଣଙ୍କ ଆର୍ଶିବାଦରେ ବିଧାନସଭା ଓ ଲୋକସଭା ନିର୍ବାଚନରେ ମଧ୍ୟ ବିଜେଡି ଭଲ ପ୍ରଦର୍ଶନ କରିବ।

Recent News
Copyright © 2024 ODISHANEWSLIVE.COM. All rights reserved.