Please wait...

Trending Now
  • ସ୍ବତନ୍ତ୍ର ଅଦାଲତ ମନି ଲଣ୍ଡରିଂ ଅଭିଯୋଗର ସଜ୍ଞାନ ନେବା ପରେ ଅଭିଯୁକ୍ତଙ୍କୁ ଗିରଫ କରିପାରିବ ନାହିଁ ED : ସୁପ୍ରିମକୋର୍ଟ
  • କେଜ୍ରିୱାଲଙ୍କ ବାସଭବନରେ ମାରପିଟ୍ ଘଟଣା, ସ୍ବାତି ମାଲିୱାଲଙ୍କ ବୟାନ ରେକର୍ଡ କଲା ଦିଲ୍ଲୀ ପୋଲିସ
  • ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଗଞ୍ଜାମ ଜିଲ୍ଲାରେ ମୁତୟନ ହେବେ ୨୦ କମ୍ପାନୀ ସିଏପିଏଫ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
  • BJPକୁ ବାଏ କହି BJDକୁ ବାହୁଡିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ
  • ରାଜଧାନୀରେ BJD ସୁପ୍ରିମୋଙ୍କ ମେଗା ରୋଡ୍ ଶୋ’, କାର୍ତ୍ତିକ ପାଣ୍ଡିଆନ ମଧ୍ୟ ସାମିଲ
Saturday, May 18, 2024
Published on: Tuesday, April 30, 2024
Odisha

ହିଞ୍ଜିଳି ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ, ଷଷ୍ଠ ଥର ପାଇଁ ହିଞ୍ଜିଳିରୁ ନିର୍ବାଚନ ଲଢୁଛନ୍ତି ନବୀନ


ଓଏନଏଲ୍(ବ୍ୟୁୁରୋ) - ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଜେଡି ସୁପ୍ରିମୋଙ୍କ ପ୍ରାର୍ଥିପତ୍ର ଦାଖଲ ବେଳେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସମେତ ବିଜେଡିର ବହୁ ନେତା ଓ ବିଭିନ୍ନ ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଷଷ୍ଠ ଥର ପାଇଁ ହିଞ୍ଜିଳିରୁ ନିର୍ବାଚନ ଲଢୁଛନ୍ତି ନବୀନ ପଟ୍ଟନାୟକ।

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ମା’ ତାରାତାରିଣୀ ପୀଠ ପରିଦର୍ଶନ କରିଥିଲେ । ମା’ଙ୍କ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଥିଲେ ମୁଖ୍ୟମନ୍ତ୍ରୀ। ଆଜି ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ତାରାତାରିଣୀ ପୀଠ ନିକଟରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିଥିଲେ । ସେଠାରୁ ସେ ସିଧାସଳଖ ମା’ ତାରାତାରିଣୀଙ୍କ ମନ୍ଦିର ଯାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଥିଲେ । ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ସିଧାସଳଖ ନାମାଙ୍କନ ଦାଖଲ ପାଇଁ ଛତ୍ରପୁରରେ ପହଞ୍ଚିଥିଲେ।

Recent News
Copyright © 2024 ODISHANEWSLIVE.COM. All rights reserved.